ଦର୍ଶନ କରନ୍ତୁ ପ୍ରଭୁ ଅଲାରନାଥଙ୍କ ମଙ୍ଗଳ ଆଳତୀ

By

Published : Jun 17, 2023, 6:48 AM IST

thumbnail

ପୁରୀ: ସ୍ନାନଯାତ୍ରାରେ 108 ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡିତ ହୋଇ ଅଣସର ପିଣ୍ତିକୁ ବିଜେ କରିଥିଲେ ମହାପ୍ରଭୁ। ଦ୍ବାଦଶ ଦିନରେ ଦଶମୂଳ ମୋଦକ ଖାଇବା ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ।  ଶୁକ୍ରବାର ଶ୍ରୀଜିଉଙ୍କ ଘଣା, ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ନୀତି କରାଯାଇଥିଲା । ଅଣସର ଗୃହରେ କାଳିଆ ସାଆନ୍ତେ ଥିବାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳିଚହଳି ନାହିଁ । ତେଣୁ ସକାଳୁ ସକାଳୁ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଏବେ ବ୍ରହ୍ମଗିରି ଶ୍ରଦ୍ଧାଳୁଙ୍କ ପାଇଁ ପାଲଟି ଯାଇଛି ଦ୍ବିତୀୟ ଶ୍ରୀକ୍ଷେତ୍ର । ଏଠାରେ ପ୍ରତିଦିନ ଅଲାରନାଥଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଏହାକୁ ଦେଖିବାକୁ ମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥାଏ । ଆଜି ଭୋର ସମୟରେ ଅଲାରନାଥଙ୍କ ଦ୍ବାର ଫିଟା ଯାଇ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଆଳତୀ ଦେଖିବାକୁ ସକାଳୁ ସକାଳୁ ମନ୍ଦିରରେ ଭକ୍ତଙ୍କ ଭିଡ ଜମିଥିଲା ।

ଇଟିଭି ଭାରତ, ପୁରୀ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.