Mangala Alati: ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ

By

Published : Dec 28, 2022, 7:11 AM IST

Updated : Feb 3, 2023, 8:37 PM IST

thumbnail

ପୁରୀ: ଓଁ ନମୋଃ ଭଗବତେ ବାସୁଦେବାୟ । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ପ୍ରଭୁ ପତିତପାବନ । ପ୍ରାତଃରୁ ସମସ୍ତ ସେବାୟତ ଓଁ ନମୋଃ ଭଗବତେ ବାସୁଦେବାୟ ମନ୍ତ୍ର ସହ ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଜଗତର ମଙ୍ଗଳ କାମନା କରି ପ୍ରଭୁ ପତିତପାବନଙ୍କ ସମ୍ପନ୍ନ ହୋଇଛି ମଙ୍ଗଳ ଆଳତୀ । ବଡି ଭୋରରୁ ପ୍ରଥମେ ସେବାୟତ ଓ ପଣ୍ଡାଙ୍କ ଦ୍ବାରା ଶ୍ରୀମନ୍ଦିର ମୁଖ୍ୟ ଦ୍ବାର ଫିଟା ଯାଇଥିଲା । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତୀ କରାଯାଇଛି । ଏହି ଆଳତୀ ଦର୍ଶନ ଅତ୍ୟନ୍ତ ମନମୁଗ୍ଧକର ଅଟେ । ଆଉ ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପକ୍ଷୟ ହୁଏ

Last Updated : Feb 3, 2023, 8:37 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.