ମଙ୍ଗଳମୟ ହେବ ଦିନ, ଦର୍ଶନ କରନ୍ତୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ

By

Published : Apr 25, 2023, 7:01 AM IST

thumbnail

ପୁରୀ: ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବଃ ତୁମେ। ଅନାଥର ନାଥ ସେ ଜଗନ୍ନାଥ । ଉଠ ଉଠ ମଣିମା ହୁଅ ସଦୟ । ଓଁ ନମୋ ଭଗବତେ ବାସୁଦେବାୟ । ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ କରାଯାଏ ମଙ୍ଗଳ ଆଳତୀ । ଯାହାର ମାହାତ୍ମ୍ୟ ବେଶ ଅଧିକ । ଦ୍ବାରଫିଟା ନୀତି ସମ୍ପନ୍ନ ପରେ ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ମଙ୍ଗଳ ଆଳତୀ ହୋଇଛି । ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଇଛି । ଯାହା ଦେଖିବାକୁ ବେଶ ମନମୁଗ୍ଧକର । ହରିବୋଲ ଘଣ୍ଟଘଣ୍ଟାରେ ପ୍ରକମ୍ପିତ ହୋଇଛି ଶ୍ରୀମନ୍ଦିର ପରିସର । ମହାପ୍ରଭୁଙ୍କ ପୂର୍ବ ମଙ୍ଗଳ ଦିବ୍ୟ ଆଳତୀ ଦର୍ଶନ କଲେ ଦିନଟି ଶୁଭମୟ ହୋଇଥାଏ । ପ୍ରଭାତରୁ ଦର୍ଶନ କରନ୍ତୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ । ଏହା ଆଳତୀ ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି ।

ଇଟିଭି ଭାରତ, ପୁରୀ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.