ମଙ୍ଗଳମୟ ହେବ ଦିନ, ଦର୍ଶନ କରନ୍ତୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ

By

Published : May 31, 2023, 7:17 AM IST

thumbnail

ପୁରୀ: ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ ।  ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ ପ୍ରତ୍ୟେକ ଦିନ ହୋଇଥାଏ ମଙ୍ଗଳ ଆଳତୀ । ସବୁ ଦିନ ପରି ଆଜି ମଧ୍ୟ ଦ୍ବାରଫିଟା ନୀତି ସମ୍ପର୍ଣ୍ଣ ପରେ ସେବାୟତଙ୍କ ଦ୍ବାରା ନୀତି ଅନୁସାରେ ଘଣ୍ଟଘଣ୍ଟା, ଶଙ୍ଖନାଦ ଦୀପ ଓ ମନ୍ତ୍ରୋଚାରଣ କରାଯାଇ ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଇଛି ।  ପ୍ରଭାତରୁ ଦର୍ଶନ କରନ୍ତୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ । ଏହା ଆଳତୀ ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ସକାଳୁ ସକାଳୁ ଏହି ଆଳତୀ ଦେଖିବା ପାଇଁ ବଡଦାଣ୍ଡରେ ଭକ୍ତଙ୍କ ଭିଡ଼ ଜମିଥାଏ ।  କାଳିଆର କଳା ଶ୍ରୀମୁଖକୁ ଦେଖି ଭାବ ବିହ୍ବଳ ହୋଇ ପଡନ୍ତି ଭକ୍ତ । କିଏ ତାକୁ ବଡ ଠାକୁର ତ ଆଉ କିଏ ସ୍ନେହରେ କାଳିଆ ବୋଲି ଡାକେ । ଭକ୍ତର ଭାବରେ ବନ୍ଧା କାଳିଆ ଠାକୁର। 

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.