Mangala Alati: ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ

By ETV Bharat Odisha Team

Published : Sep 26, 2023, 6:54 AM IST

thumbnail

ପୁରୀ: ଜଗତର ନାଥ ଜଗନ୍ନାଥ । ଭକ୍ତର ଭାବରେ ବନ୍ଧା ଭାବ ବିନୋଦିଆ କାଳିଆ ଠାକୁର । ତାର ସେ ଚକାନୟନକୁ ଦେଖିଲେ ଓଦା ହୋଇଯାଏ ଭକ୍ତର ଆଖି । ପ୍ରତିଦିନ ବଡି ଭୋରୁ ମହାପ୍ରଭୁଙ୍କ ନିକଟରେ ଆଳତୀ କରାଯାଇଥାଏ । ପ୍ରଭାତରୁ ଭାବବିନୋଦିଆଙ୍କ ଆଳତୀ ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ଏଥିସହ ଦିନ ମଙ୍ଗଳମୟ ହୋଇଥାଏ । ଦ୍ବାରଫିଟା ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ କରାଯାଇଥାଏ । ସବୁଦିନ ପରି ଆଜି ମଧ୍ୟ ମହାପ୍ରଭୁଙ୍କ ଦ୍ବାର ଫିଟା ପରେ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ ଆଳତୀ କରିଥିଲେ ସେବାୟତ । ଘଣ୍ଟି ଧୂପ ଓ ମନ୍ତ୍ରୋଚାରଣ ସହ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି କରାଯାଇଥିଲା । ମଙ୍ଗଳ ଆଳତୀ ଦର୍ଶନ କଲେ ଭଗବାନଙ୍କ ଅପାର କରୁଣା ପୂଣ୍ୟପ୍ରାପ୍ତି ହୋଇଥାଏ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ବୋଲି କୁହାଯାଏ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.