Mangala Alati: ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ

By ETV Bharat Odisha Team

Published : Nov 4, 2023, 6:39 AM IST

thumbnail

ପୁରୀ: ଓଁ ନମୋ ଭଗବତେ ବାସୁଦେବାୟ । ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ ।  ଚକା ଆଖିଆ, ନଟ ଖଟିଆ, ଭାବବିନୋଦିଆ କାଳିଆ ଠାକୁର । ଭକ୍ତର ଭାବରେ ବନ୍ଧା ବଡ ଠାକୁର । ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ ପ୍ରତିଦିନ କରାଯାଏ ମଙ୍ଗଳ ଆଳତୀ । ଯାହାର ମାହାତ୍ମ୍ୟ ବେଶ ଅଧିକ ରହିଛି । ଶ୍ରୀମନ୍ଦିରରେ ଦ୍ବାରଫିଟା ନୀତି ସମ୍ପର୍ଣ୍ଣ ପରେ ଜଗତର କଲ୍ୟାଣ ପାଇଁ ପ୍ରତିଦିନ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ ହୋଇଥାଏ । ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ କରାଯାଇଛି ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଇଛି । ସକାଳୁ ସକାଳୁ ଏହି ଆଳତୀ ଦେଖିବାକୁ ଶ୍ରୀ ମନ୍ଦିରକୁ ଶହ ଶହ ଭକ୍ତଙ୍କ ସମାଗମ ହୋଇଛି । ଏହି ଆଳତୀ ଦର୍ଶନ କଲେ ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ତାର ଚକା ଆଖିକୁ ଦେଖିଲେ ଭାବ ବିହ୍ବଳ ହୋଇ ପଡନ୍ତି ଭକ୍ତ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.