Mangala Alati: ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ

By ETV Bharat Odisha Team

Published : Nov 3, 2023, 6:49 AM IST

thumbnail

ପୁରୀ: ଓଁ ନମୋ ଭଗବତେ ବାସୁଦେବାୟ ।  ନୀଳାଚଳିଆ କାଳିଆ ଠାକୁର । କୋଟି ଓଡ଼ିଆଙ୍କ ମଉଡମଣୀ  । ଭକ୍ତ ଭାବରେ ବନ୍ଧା ଭାବ ବିନୋଦିଆ ଠାକୁର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ମହାପ୍ରଭୁ । ତାଙ୍କରି ଦର୍ଶନ ପାଇଁ କାହିଁ କେଉଁ ଅନତି ଦୂରରୁ ଶ୍ରୀକ୍ଷେତ୍ରରୁ ଧାଇଁ ଆସିଥାନ୍ତି ଶ୍ରଦ୍ଧାଳୁ । ପ୍ରତିଦିନ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଲାଗେ । ଜଗତର ମଙ୍ଗଳ କାମନା କରି ପ୍ରତିଦିନ ସକାଳୁ ପ୍ରଭୁ ପତିତପାବନଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ଭଳି ଆଜି ମଧ୍ୟ ଦ୍ବାରଫିଟା ନୀତି ସମ୍ପନ୍ନ ପରେ ମଙ୍ଗଳ ଆଳତୀ ନୀତି କରାଯାଇଛି । ସେବାୟତମାନେ ଘଣ୍ଟି, ଧୂପ ଓ ମନ୍ତ୍ରୋପଚାରଣ ସହ ପତିତପାବନଙ୍କ ଆଳତୀ କରିଛନ୍ତି । ଏହି ଦିବ୍ୟ ଆଳତୀ ଦର୍ଶନ ମାତ୍ରେ ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ପ୍ରାପ୍ତ ହୋଇଥାଏ ବୋଲି ବିଶ୍ବାସ ରହିଛି  ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.