ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, କରନ୍ତୁ ଦିବ୍ୟ ଦର୍ଶନ

By ETV Bharat Odisha Team

Published : Nov 24, 2023, 7:07 AM IST

thumbnail

ପୁରୀ: ଅନାଥର ନାଥ ଶ୍ରୀ ଜଗନ୍ନାଥ । କୋଟି ଓଡ଼ିଆଙ୍କ ମଉଡମଣୀ। କିଏ ତାକୁ ଚକା ଆଖିଆ ତ ଆଉ କିଏ କଳାସାଆନ୍ତ ବୋଲି ଡାକେ ।  ପୁଣି କିଏ ଭାବ ବିନୋଦିଆ ବୋଲି କୁହେ । ପ୍ରତିଦିନ ଭୋରୁ ମହାପ୍ରଭୁଙ୍କ ନିକଟରେ ମଙ୍ଗଳ ଆଳତୀ କରାଯାଇଥାଏ । ପ୍ରଭାତରୁ ଭାବ ବିନୋଦିଆଙ୍କ ଆଳତୀ ଦର୍ଶନ କଲେ ସମସ୍ତ ପାପକ୍ଷୟ ସହ ଦିନ ମଙ୍ଗଳମୟ ହୋଇଥାଏ । ସବୁଦିନ ପରି ଆଜି ମଧ୍ୟ ଶ୍ରୀମନ୍ଦିରରେ ଦ୍ବାର ଫିଟା ଓ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଜଗତର ମଙ୍ଗଳ କାମନା କରି ପ୍ରଭୁ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ କରିଛନ୍ତି ପୂଜାପଣ୍ଡା ।  ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପତିତପାବନଙ୍କ ଆଳତୀ କରିଛନ୍ତି ପୂଜାପଣ୍ଡା । ଏହି ଆଳତୀ ଦର୍ଶନ ଅତ୍ୟନ୍ତ ମନମୁଗ୍ଧକର ଅଟେ । ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପକ୍ଷୟ ହୁଏ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.