କଳା ବ୍ୟାଜ୍ ପରିଧାନ କରି ଅମଲା ମଞ୍ଚର ପ୍ରତିବାଦ

By

Published : Jun 1, 2023, 8:06 PM IST

thumbnail

ନବରଙ୍ଗପୁର: ଜିଲ୍ଲା ସ୍ତରୀୟ ଅମଲାମାନଙ୍କ ନ୍ୟାର୍ଯ୍ୟ ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତି ଅଭିଯୋଗରେ ତେଜିଛି ଅସନ୍ତୋଷ । ଏନେଇ କଳା ବ୍ୟାଜ୍ ପରିଧାନ ସହ ପ୍ରତିବାଦ କରାଯାଇଥିବା ଦେଖିବାକୁ ମିଳିଛି । ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ସ୍ତରୀୟ ସମସ୍ତ ଅମଲାମାନେ ସମୂହ ଛୁଟିରେ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଏବଂ ଉମରକୋଟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ l ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ନବରଙ୍ଗପୁରର ଅଧ୍ୟକ୍ଷ କୈଳାଶ ଚନ୍ଦ୍ର ଦାସ ଏବଂ ଆବାହକ ଏମ ବାଲାକ୍ରିଷ୍ଣାଙ୍କ ନେତୃତ୍ଵରେ ସମସ୍ତ କାର୍ଯ୍ୟକ୍ରମ ଚାଲିଥିଲା l 

ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ଅମଲାଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ହୋଇଥିବାବେଳେ ମାଟ୍ରିକ ହାରରେ ଦରମା ମିଲୁଛି l ଫଳରେ ଦୀର୍ଘଦିନ ହେଲା ଅମଲାମାନଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା l ଶାନ୍ତିପୂର୍ଣ୍ଣ ଭାବରେ ବିଭିନ୍ନ ଅମଲା ସଂଘ ପକ୍ଷରୁ ପୂର୍ବରୁ ବାରମ୍ବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ମଧ୍ୟ ରାଜ୍ୟ ସରକାର ଅମଲାମାନଙ୍କ ଦାବିକୁ ଅଣଦେଖା କରୁଥିବା ଅଭିଯୋଗ ହୋଇଛି ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜସ୍ୱ ଅମଲା ସଂଘର ରାଜ୍ୟ ସଭାପତି ତଥା ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚର ରାଜ୍ୟ ସଭ୍ୟ ତ୍ରିପତି ବାଲାଜୀ ସାହୁ, ଅରୁଣ କୁମାର ରଥ, ରାମ ପଣ୍ଡା, ଦିଲ୍ଲୀପ ସାହୁ, ରାମ ପ୍ରସାଦ ରଥ, ଆଶୁତୋଷ ମହାନ୍ତି, କବିତା ବ୍ରହ୍ମା, ଆକାଶ ଗଣ୍ଡ, ସୁଧାଂଶୁ ମିଶ୍ର, ସୂରଜ କୁମାର ସ୍ଵାଇଁ, ବବିତା ପଟ୍ଟନାୟକ, ଶାହିଦ ଅକତାର, ରଞ୍ଜିତ ଷଡଙ୍ଗୀ, ଏ.ପ୍ରଶାନ୍ତି, ମବିନା ସୁଲତାନ, ମୈଥିଳୀ ପଟ୍ଟନାୟକ, ପି.ଅନୁରାଧା ପାତ୍ର, ସୁନିତା ମହାରଣା, ରଶ୍ମିତା ପାଢି, ସସ୍ମିତା ନାୟକ, ଧନୁର୍ଜୟ ମାଝି, ସ୍ନେହାଶିଷ ଦାସ, ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ନବରଙ୍ଗପୁର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.