ଛାତ୍ରର ମୃତଦେହ ରଖି ଆନ୍ଦୋଳନ, ପ୍ରଧାନ ଶିକ୍ଷୟିତ୍ରୀଙ୍କ ନିଲମ୍ବନ ସହ କ୍ଷତିପୂରଣ ଦାବି

By ETV Bharat Odisha Team

Published : Aug 27, 2023, 9:55 PM IST

thumbnail

ଫୁଲବାଣୀ: ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା । ନ୍ୟାୟ ଦାବିରେ ସ୍କୁଲ୍ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦାୟୀତ୍ବହୀନତା ଯୋଗୁଁ ଏଭଳି ଘଟଣା ଘଟିଥିବା ଅଭିଯୋଗ ଆଣି ଧାରଣା ଦେଇଛନ୍ତି ଲୋକେ । ଏପରି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ।  ମୃତଛାତ୍ରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା, ପ୍ରଧାନ ଶିକ୍ଷୟିତ୍ରୀ, ହଷ୍ଟେଲ ସୁପରିଟେଣ୍ଡେଣ୍ଟ୍ ଓ ଦାୟିତ୍ବହୀନ କର୍ମଚାରୀଙ୍କୁ ନିଲମ୍ବନ ଦାବି କରିଥିଲେ । 

୫୯ନଂ ଜାତୀୟ ରାଜପଥ ଅବରୋଧ କରିିବା ଫଳେର ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ତେବେ ଘଟଣା ବାବଦରେ ସୂଚନା ପାଇ ଥାନା ଅଧିକାରୀ, ତହସିଲଦାର ଓ ଅତିରିକ୍ତ ଜିଲ୍ଲା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ  ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ । ଫଳରେ ରାସ୍ତାରୁ ହଟିଥିଲେ ଗ୍ରାମବାସୀ । ସେପଟେ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିବା ପୋଲିସ ଅଧିକାରୀ କହିଛନ୍ତି ।
 

ସୂଚନା ଅନୁଯାୟୀ, ଗତକାଲି (ଶନିବାର) ଅପରାହ୍ନରେ ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ କୌଣସି କାରଣରୁ ତଳେ ପଡ଼ିଯାଇ ଅଚେତ ହୋଇପଡ଼ିଥିଲେ । ଏହାପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ସତ୍ୟାନନ୍ଦଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହାକୁ ନେଇ ଆଜି ମୃତଦେହ ରଖି ଆନ୍ଦୋଳନ କରିଥିଲେ ଗ୍ରାମବାସୀ ।  

ଇଟିଭି ଭାରତ, କନ୍ଧମାଳ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.