ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ; ତ୍ୱରିତ ନ୍ୟାୟ ଉଭୟ ପୀଡ଼ିତ ଓ ନିର୍ଦ୍ଦୋଷଙ୍କୁ ସହାୟକ ହେବ କହିଲେ ରାଷ୍ଟ୍ରପତି

By

Published : Jul 26, 2023, 4:30 PM IST

thumbnail

କଟକ: ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଷ୍ଟ୍ରପତି । ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ହଇରାଣ ହେଉଛନ୍ତି । ନିୟମିତ ଶୁଣାଣି ଓ ତ୍ୱରିତ ନ୍ୟାୟକୁ ଗୁରୁତ୍ୱ ଦିଆଯାଉ ବୋଲି ରାଷ୍ଟ୍ରପତି କହିଛନ୍ତି । ସେ କହିଛନ୍ତି, "ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ଲୋକ ହଇରାଣ ହେଉଛନ୍ତି । ଏଥିପାଇଁ ଅନେକ ନିର୍ଦ୍ଦୋଷଙ୍କ ଜୀବନ ଜେଲରେ କଟୁଛି । ନ୍ୟାୟ ବିଳମ୍ବ ପାଇଁ ପୀଡ଼ିତ ମଧ୍ୟ ହତାଶ ହୋଇପଡୁଛି । ତ୍ୱରିତ ନ୍ୟାୟ ଉଭୟ ପୀଡ଼ିତ ଓ ନିର୍ଦ୍ଦୋଷଙ୍କୁ ସହାୟକ ହେବ । ସମସ୍ତଙ୍କୁ ଉପଯୁକ୍ତ ନ୍ୟାୟିକ ସୁବିଧା ମିଳୁ । ଏକଥା ମୁଁ ଆଗରୁ କହିଛି, ଏବେ ପୁଣି ଦୋହରାଉଛି । ଅନେକ ଆଇନଜୀବୀ ମାଗଣାରେ ସେବା କରୁଛନ୍ତି । ଏହାଦ୍ବାରା ସାଧାରଣ ଲୋକ ବି ସହଜରେ ନ୍ୟାୟ ପାଇପାରିବେ ବୋଲି ଆଶା ।" ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟ‌ୋଜିତ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗ ଦେଇ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ ଦେଇ ଏଭଳି କହିଛନ୍ତି ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଠାରେ 'ଜୟ ଜଗନ୍ନାଥ' କହି ନିଜର ଅଭିଭାଷଣ ଆରମ୍ଭ କରିବା ସହ କାରଗିଲ ସହିଦଙ୍କୁ ମନେପକାଇଥିଲେ ରାଷ୍ଟ୍ରପତି ।

ଇଟିଭି ଭାରତ, କଟକ 

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.