ସମ୍ବଲପୁରରେ କଂଗ୍ରେସର ସଂକୀର୍ତନ ସତ୍ୟାଗ୍ରହ

By ETV Bharat Odisha Team

Published : Nov 9, 2023, 9:50 PM IST

thumbnail

ସମ୍ବଲପୁର: ଆଜି ସମ୍ବଲପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସମ୍ବଲପୁର ସହର ସାକ୍ଷୀପଡ଼ା ସ୍ଥିତ ରାଧାମଦନ ଗୋପାଳ ମନ୍ଦିର ସମ୍ମୁଖରେ ସଙ୍କୀର୍ତ୍ତନ ସତ୍ୟାଗ୍ରହ କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୁରୀର ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲାଯିବା ତଥା ଶ୍ରୀମନ୍ଦିର ଜମିକୁ ଫେରେଇ ଆଣିବା ଦାବି ନେଇ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସାରା ରାଜ୍ୟରେ ଆନ୍ଦୋଳନ ହେଉଥିବା ବେଳେ ସମ୍ବଲପୁରରେ ମଧ୍ୟ ଏହି ଆନ୍ଦୋଳନ କରିଛି ଦଳ l ଜିଲ୍ଲା କଂଗ୍ରେସ ସଭାପତି ରାଜେନ୍ଦ୍ର ଛତ୍ରିଆଙ୍କ ନେତୃତ୍ୱରେ ଏହି ସଂକୀର୍ତନ କାଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ଆଜିର ଏହି ସଙ୍କୀର୍ତ୍ତନ ସତ୍ୟାଗ୍ରହ କାର୍ଯ୍ୟକ୍ରମ ମାଧ୍ୟମରେ ପୁରୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲାଯିବା ,ରତ୍ନଭଣ୍ଡାର ଖୋଲାଯାଇ ମହାପ୍ରଭୁଙ୍କ ଅଳଙ୍କାରର ଗଣତି କରାଯିବା,ଭଣ୍ଡାର ଘର ମରାମତି ଏବଂ ବେଦାନ୍ତ କମ୍ପାନୀ ଦ୍ୱାରା ଅଧିଗ୍ରହଣ କରାଯାଇଥିବା ପ୍ରଭୁ ଜଗନ୍ନାଥଙ୍କ ଜମି ଓ ଚାଷୀଙ୍କ ଚାଷ ଜମିକୁ ତୁରନ୍ତ ଫେରସ୍ତ ଆଦି ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି କମିଟି ତରଫରୁ ଏହି ସତ୍ୟାଗ୍ରହ କାର୍ଯ୍ୟକ୍ରମ କରାଯାଉଛି l ଆଗକୁ ଏହି ପ୍ରସଙ୍ଗରେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଛି କଂଗ୍ରେସ l

 ଏହି କାର୍ଯ୍ୟକ୍ରମରେ ରେଙ୍ଗାଲିର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗର୍ଡିଆ, ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଦୁଲାଳ ଚନ୍ଦ୍ର ପଧାନଙ୍କ ସମେତ ଜିଲ୍ଲାର ବରିଷ୍ଠ କଂଗ୍ରେସ ନେତା ଓ କର୍ମୀମାନେ ଉପସ୍ଥିତ ରହିଥିଲେ ।

ଏହା ମଧ୍ୟ ପଢନ୍ତୁ...ବ୍ୟାସ ସରୋବର ଜଗନ୍ନାଥ ମନ୍ଦିରରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ


ଇଟିଭି ଭାରତ, ସମ୍ବଲପୁର

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.