ପୁରୀରେ ସ୍ବାଧୀନତା ଦିବସ ପାଳିତ, ବୃକ୍ଷରୋପଣ କଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ

By

Published : Aug 15, 2022, 5:03 PM IST

Updated : Feb 3, 2023, 8:26 PM IST

thumbnail

ସ୍ଥାନୀୟ ତାଳବଣିଆ ଇଣ୍ଡୋର ଷ୍ଟାଡିୟମ ପଡିଆରେ ୭୬ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ । ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ ।ଏଥିସହ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଏସପି ମିହିର ପଣ୍ଡା ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ପତାକା ଉତ୍ତୋଳନ ସମୟରେ ଉପସ୍ଥିତ ରହିଥିଲେ। କୋରୋନା କଟକଣାରେ କେବଳ ପୋଲିସ ବାହିନୀ ପରେଡରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ଅନେକ ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଆଶା, ଅଙ୍ଗନବାଡ଼ି, ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ମନ୍ତ୍ରୀ ଓ ଜିଲ୍ଲାପାଳ ବୃକ୍ଷରୋପଣ କରିଥିଲେ ।

Last Updated : Feb 3, 2023, 8:26 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.