ଉର୍ମାଗଡ଼ ଜଳପ୍ରପାତରେ ଖସି ଛାତ୍ର ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

By ETV Bharat Odisha Team

Published : Oct 9, 2023, 2:26 PM IST

thumbnail

କନ୍ଧମାଳ: କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଉର୍ମାଗଡ଼ ଜଳପ୍ରପାତରେ ଅଘଟଣ । ଗୋଡ଼ ଖସି ଯିବାରୁ ପାଣିରେ ବୁଡି ଛାତ୍ର ନିଖୋଜ ।  ନିଖୋଜ ଛାତ୍ର ଜଣକ ହେଲେ କଟ୍ରିଙ୍ଗିଆ ପଞ୍ଚାୟତ ନାକଡ଼ିସରୁ ଗ୍ରାମର ଲିଙ୍ଗା ବେହେରାଙ୍କ ପୁଅ ରାଖଲ ବେହେରା । ତେବେ ସେ ଗତକାଲି (ରବିବାର) ଅପରାହ୍ନରେ  ସାଙ୍ଗମାନଙ୍କ ସହ ଉର୍ମାଗଡ଼ ଜଳପ୍ରପାତକୁ ବୁଲିବା ପାଇଁ ଯାଇଥିଲେ। ଅସାବଧାନତା ବଶତଃ ଗୋଡ଼ ଖସି ଯିବାରୁ ପାଣିରେ ପଡ଼ି ନିଖୋଜ ହୋଇଯାଇଛନ୍ତି  । ଏନେଇ ରାଖଲଙ୍କ ସାଙ୍ଗମାନେ ବହୁତ ଖୋଜାଖୋଜି କରି ନପାଇବାରୁ ପରିବାର ଲୋକଙ୍କୁ ଜଣାଇଥିଲେ । ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ରାତିସାରା ଖୋଜିଥିଲେ ମଧ୍ୟ ରାଖଲଙ୍କ କୌଣସି ସନ୍ଧାନ ମିଳିନାହିଁ । କଟ୍ରିଙ୍ଗିଆ ସରପଞ୍ଚ ପ୍ରତିଭା କହଁର ଅଗ୍ନିଶମ ବିଭାଗକୁ ଖବର ଦେବାପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଖୋଜାଖୋଜି ଜାରି ରଖିଥିବା ସୂଚନା ମିଳିଛି । ତେବେ ବର୍ତ୍ତମାନ ସୁଦ୍ଧା ନିଖୋଜ ଛାତ୍ରଙ୍କୁ ଉଦ୍ଧାର କରାଯାଇ ପାରିନାହିଁ ।

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.