ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ତେଜରାତି ଦୋକାନ

By

Published : May 23, 2022, 2:09 PM IST

thumbnail

ଢେଙ୍କାନାଳ: ତେଜରାତି ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ନିଆଁରେ ପୋଡ଼ି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ତେଜରାତି ସାମଗ୍ରୀ । ଢେଙ୍କାନାଳ ଜିରାଳ ବଡ ବଜାରରେ ଏହି ଅଗ୍ନିକାଣ୍ଡ ଘଟିଛି । ଆଜି (ସୋମବାର) ଭୋର ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଜିରାଳ ବଡ଼ ବଜାରରେ ଥିବା ପୂର୍ଣ୍ଣଚନ୍ଦ୍ର ସାହୁ ଓ ଅଭିମନ୍ୟୁ ସାହୁଙ୍କ ଦୁଇଟି ତେଜରାତି ଦୋକାନରେ ନିଆଁ ଲାଗିଯାଇଥିଲା । ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । କାମାକ୍ଷାନଗରରୁ ଅଗ୍ନିଶମ ପହଞ୍ଚି ନିଆଁକୁ ଆୟତ୍ତ କରିବା ପୂର୍ବରୁ ଏହି ଦୁଇଟି ଦୋକାନର ସମସ୍ତ ତେଜରାତି ଓ ଖାଦ୍ୟ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିଲା । ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ସେନେଇ ସ୍ପଷ୍ଟ ସୂଚନା ମିଳିପାରିନଥିବା ବେଳେ ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ନେଇ ଅନୁମାନ କରାଯାଉଛି । ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.