ଅଣସରରେ ମହାପ୍ରଭୁ, ଦେଖନ୍ତୁ ଅଲାରନାଥଙ୍କ ମଙ୍ଗଳ ଆଳତୀ

By

Published : Jun 20, 2022, 7:05 AM IST

thumbnail

ବ୍ରହ୍ମଗିରି: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ଜ୍ବରରେ ପଡି ଅଣସର ପିଣ୍ଡିକୁ ବିଜେ କରିଛନ୍ତି ଶ୍ରୀଜୀଉ । ଅସୁସ୍ଥତା ପାଇଁ ଅଣସର ବାସରେ ରହିଛନ୍ତି ମହାପ୍ରଭୁ । 15 ଦିନ ଧରି ବିଗ୍ରହମାନଙ୍କ ଗୁପ୍ତସେବା ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଏହି 15 ଦିନ ଦ୍ବିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବ୍ରହ୍ମଗିରିରେ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କରିଛନ୍ତି ଭକ୍ତ । ମହାପ୍ରଭୁ ଅଣସର ପିଣ୍ଡିକୁ ବିଜେ କରିବା ପରେ ଅଲାରନାଥଙ୍କ ଦର୍ଶନ ଆରମ୍ଭ ହୋଇଛି । ଆଜି ଷଷ୍ଠ ଦିନରେ ଭୋର୍‌ 4ଟାରୁ ଅଲାରନାଥଙ୍କ ଦ୍ବାର ଫିଟା ଯାଇ ମଙ୍ଗଳ ଆଳତୀ, ଅବକାଶ, ମଇଲମ ନୀତି ପରେ ଚନ୍ଦନ ତୁଳସୀ ଲାଗି ନୀତି ସମ୍ପର୍ଣ୍ଣ ହୋଇଛି । ଅଲାରନାଥଙ୍କ ମଙ୍ଗଳ ଆଳତୀ ଦର୍ଶନର ସୌଭାଗ୍ୟ ଅର୍ଜନ କରିଛନ୍ତି ଭକ୍ତ । ଜଗନ୍ନାଥଙ୍କୁ 350 ଦିନ ଦର୍ଶନ କରିବାରେ ଯେଉଁ ପୁଣ୍ୟ ଅର୍ଜନ ହୋଇଥାଏ, ଅଣସର ସମୟରେ ଅଲାରନାଥଙ୍କୁ ଗୋଟିଏ ଦିନ ଦର୍ଶନ କଲେ ସେତିକି ପୂଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.