Mangal Alati: ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଅପୂର୍ବ ଦୃଶ୍ୟ

By

Published : Jul 5, 2022, 7:14 AM IST

thumbnail

ପୁରୀ: ଜଗତର ନାଥ ଜଗନ୍ନାଥ । ପତିତମାନଙ୍କୁ ଉଦ୍ଧାରିବା ପାଇଁ ପତିତପାବନ ରୂପେ ଧରାଧାମରେ ଅବତାର ନେଇଛନ୍ତି ମହାପ୍ରଭୁ । ସବୁଦିନ ପରି ଆଜି ମଧ୍ୟ ମହାପ୍ରଭୁଙ୍କ ଦ୍ବାର ଫିଟା ଓ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଜଗତର ମଙ୍ଗଳ କାମନା କରି ପ୍ରଭୁ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ କରିଛନ୍ତି ପୂଜାପଣ୍ଡା । ପ୍ରଥମେ ପ୍ରାତଃରୁ ସମସ୍ତ ସେବାୟତ ଓଁ ନମୋଃ ଭଗବତେ ବାସୁଦେବାୟ ମନ୍ତ୍ର ସହ ଶ୍ରୀମନ୍ଦିର ଦ୍ବାର ଫିଟାଇଥିଲେ । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପତିତପାବନଙ୍କ ଆଳତୀ କରିଛନ୍ତି । ଏହି ଆଳତୀ ଦର୍ଶନ ଅତ୍ୟନ୍ତ ମନମୁଗ୍ଧକର ଅଟେ । ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପକ୍ଷୟ ହୁଏ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.