Independence Day, ବାରିପଦାରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ

By

Published : Aug 15, 2022, 4:28 PM IST

thumbnail

୭୬ତମ ସ୍ବାଧୀନତା ଦିବସ ଅବସରରେ ବାରିପଦାସ୍ଥିତ ରିଜର୍ଭ ପୋଲିସ ପଡିଆରେ ଏକ ଜିଲ୍ଲା ସ୍ତରୀୟ ସମ୍ମିଳିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଅଭିଭାଷଣରେ ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦେଶର ସୁରକ୍ଷାରେ ଶହିଦ ହୋଇଥିବା ଅମର ଜବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ତେବେ ଚଳିତ ବର୍ଷ କୋଭିଡ କଟକଣାକୁ ଦୃଷ୍ଟିରେ ରଖି କୌଣସି ସ୍କୁଲ କଲେଜର ଛାତ୍ରଛାତ୍ରୀ ପରେଡରେ ଅଂଶଗ୍ରହଣ କରିନାହାନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟଦକ୍ଷତା ପାଇଁ କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନିତ କରାଯାଇଥିଲା । ଇଟିଭି ଭାରତ, ମୟୂରଭଞ୍ଜ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.