ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ

By

Published : Aug 14, 2022, 10:57 PM IST

thumbnail

ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଉଛି । ବିଭିନ୍ନ ସ୍ଥାନରେ ବିଭିନ୍ନ ଢଙ୍ଗରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ହେଉଥିବାବେଳେ ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ବ୍ଲକ ଅନ୍ତର୍ଗତ ଚିତ୍ରଡା ଠାରେ ବିଜେପି ପକ୍ଷରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । ଏଥିରେ ପ୍ରାୟ ୩୦୦ ଫୁଟର ବିଶାଳ ଜାତୀୟ ପତାକା ଧରି ସ୍ଥାନୀୟ ଲୋକେ ପଦଯାତ୍ରା କରିଥିଲେ । ବିଜେପି ଜିଲ୍ଲା ସଭାପତି କାନ୍ଦରା ସରେନ ଓ ପୂର୍ବତନ ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ଆୟୋଜିତ ଏହି ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ମଧ୍ୟ ସାମିଲ ହୋଇଥିଲେ । ଇଟିଭି ଭାରତ, ମୟୂରଭଞ୍ଜ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.